ପୁରୀ: ଅଣସରର ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ସକାଳଧୂପ ନୀତି ବଢ଼ିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯାଇଥିଲା । ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତବର୍ଣ୍ଣ ବସ୍ତ୍ର ଲାଗି କରାଯାଇଥିବା ବେଳେ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ମଧ୍ୟ ମହାପ୍ରଭୁଙ୍କୁ ଲାଗି କରାଯାଇଥିଲା ।
ପରମ୍ପରା ଅନୁସାରେ, ମହାପ୍ରଭୁ ଏବେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ପାଇଁ ଦଇତାପତି ଓ ବିଦ୍ୟାପତି ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିଥାନ୍ତି । ସେପଟେ ଆସନ୍ତା 27 ତାରିଖରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।
ଏହା ମଧ୍ୟ ପଢ଼ନ୍ତୁ...
ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଶେଷ ପର୍ଯ୍ୟାୟରେ ରଥ କାର୍ଯ୍ୟ
ଇଟିଭା ଭାରତ, ପୁରୀ